ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ସଂଜୟ କୁମାର ସିଂ

add-all

ଭୁବନେଶ୍ୱର : ଆଜି ପୂର୍ବାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ(ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ତାଙ୍କୁ ସ୍ୱାଗତ ଜଣାଇଥିଲେ।

ଦାୟିତ୍ୱ ଗ୍ରହଣ ପରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସଂପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ବିଶେଷ କରି ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଯେପରି ସୁଚାରୁ ରୂପେ ଅନୁଷ୍ଠିତ ହେବ ଏବଂ ଜାତୀୟ ସ୍ତରରେ କାର୍ଯ୍ୟ କରୁଥିବା ବିଭିନ୍ନ ଆଧ୍ୟାତ୍ମିକ ଟିଭି ଚାନେଲ୍‌ଗୁଡ଼ିକ ଦ୍ୱାରା ରଥଯାତ୍ରାର ସିଧାପ୍ରସାରଣପୂର୍ବକ ସାରା ଦେଶର ଭକ୍ତମାନଙ୍କୁ ରଥଯାତ୍ରା ସଂପର୍କରେ ଅବଗତ କରାଇବେ, ସେ ବାବଦରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ଗୁରୁତ୍ୱ ଆରୋପ କରିଥିଲେ । ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ରଥଯାତ୍ରା ଉପଲକ୍ଷେ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପଗୁଡ଼ିକ ସଂପର୍କରେ ସୂଚନା ଦେଇଥିଲେ ।

ad-week
Leave A Reply

Your email address will not be published.