ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ସମସ୍ତ ମାମଲା ରଦ୍ଦ କଲେ ହାଇକୋର୍ଟ

add-all

କଟକ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆସି ସାରିଥିବାରୁ ଦାୟର ସମସ୍ତ ମାମଲାର ଶୁଣାଣି କରି ହାଇକୋର୍ଟ ଏହାକୁ ରଦ୍ଦ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଆଉ କିଛି ପ୍ରାସଙ୍ଗିକତା ନଥିବା ହାଇକୋର୍ଟ କହିଛନ୍ତି।

ସୂଚନାଥାଉ କି, କିଛିଦିନ ପୂର୍ବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଶୁଣାଇଥିଲେ
। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟରେ ମାମଲା ଦାୟର ହୋଇଥିଲା। ମାମଲାର ଶୁଣାଣି କରି ଉଭୟ ଆବେଦନକାରୀଙ୍କ ମାମଲାକୁ ସୁପ୍ରିମକୋର୍ଟ ରଦ୍ଦ କରିଥିଲେ।

ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାମ ଚାଲିଥିବାରୁ ମାମଲା ରଦ୍ଦ କରାଯାଇଥିଲା। ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ଜରିମାନା ଲଗାଯାଇଥିଲା। କୋର୍ଟଙ୍କ ବହୁ ମୂଲ୍ୟ ସମୟ ନଷ୍ଟ ହୋଇଥିବାରୁ ଉଭୟ ପକ୍ଷଙ୍କ ଉପରେ ୧ ଲକ୍ଷ ଟଙ୍କା ଲେଖାଏ ଜରିମାନା ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ad-week
Leave A Reply

Your email address will not be published.