ନାମାଙ୍କନପତ୍ରରେ ଦସ୍ତଖତ କଲେ ଓଡ଼ିଶାର ୨ କ୍ୟାବିନେଟ୍‌ ମନ୍ତ୍ରୀ

add-all

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଭରିବେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ତେବେ ନାମାଙ୍କନ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଥା ହୋଇଥିଲେ। ନାମାଙ୍କନପତ୍ର ଦାଖଲ ସମୟରେ ବିଜେଡିର ଦୁଇ ମନ୍ତ୍ରୀ ଉପସ୍ଥିତ ରହିବା ପାଇଁ କହିଥିଲେ।

ଯାହାକୁ ସମର୍ଥନ ଜଣାଇ ନବୀନ ନିଜ କ୍ୟାବିନେଟର ଦୁଇ ମନ୍ତ୍ରୀଙ୍କୁ ନାମାଙ୍କନ ସମୟରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ତେବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମନ୍ତ୍ରୀ ଜଗନ୍ନାଥ ସରକା ଏବଂ ମନ୍ତ୍ରୀ ଟୁକୁନି ସାହୁ ନାମାଙ୍କନପତ୍ରରେ ଦସ୍ତଖତ କରିଛନ୍ତି। ଏହି ଦୁଇ କ୍ୟାବିନେଟ୍‌ ମନ୍ତ୍ରୀ ଶୁକ୍ରବାର ନାମାଙ୍କନ ଦାଖଲ ସମୟରେ ଉପସ୍ଥିତ ରହିବେ ।

ad-week
Leave A Reply

Your email address will not be published.