
ଭୁବନେଶ୍ୱର: ଓଲିଉଡ ସିନେ ଜଗତର ଚର୍ଚ୍ଚିତ ଅଭିନେତା ରାଇମୋହନ ପରିଡ଼ାଙ୍କର ପରଲୋକ । ପ୍ରାଚୀ ବିହାର ଘରୁ ରାଇମୋହନଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ଅଭିନେତା ରାଇମୋହନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ଅଭିନେତା ଜଣକ କାହିଁକି ଆତ୍ମହତ୍ୟା କଲେ ବୋଲି ବର୍ତ୍ତମାନ ସୁଦ୍ଧା କାରଣ ଜଣାପଡିନି। ଅନ୍ୟପଟେ ରାଇମୋହନ ମାନସିକ ଦୁଶ୍ଚିନ୍ତାରେ ଥିଲେ ବୋଲି ଜଣାପଡିଛି । ତାଙ୍କ ମୃତ୍ୟୁ ଖବର ଶୁଣି ସମସ୍ତ ପ୍ରଶଂସକ ସ୍ତବ୍ଧ ହୋଇଛନ୍ତି । ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି ।
ତେବେ ରାଇମୋହନ ପରିଡ଼ା ୧୯୬୩, ଜୁଲାଇ ୧୦ରେ କେନ୍ଦୁଝରରେ ଜନ୍ମ ହୋଇଥିଲେ। ପିଲାବେଳୁ ହିଁ ତାଙ୍କର ଅଭିନୟ ପ୍ରତି ଦୁର୍ବଳତା ରହିଥିଲା। ତା’ପରେ ସ୍କୁଲ ଓ କଲେଜରେ ପଢ଼ିବା ବେଳେ ନାଟକରେ ଭାଗ ନେଉଥିଲେ। ତାଙ୍କର ଅଭିନୟ ପ୍ରତି ଭଲ ପାଇବା ଦେଖି ତାଙ୍କ ବାପା ତାଙ୍କୁ ଭୁବନେଶ୍ୱର ଉତ୍କଳ ସଙ୍ଗୀତ ମହାବିଦ୍ୟାଳକୁ ପଠାଇଥିଲେ। ଏହାପରେ ରାଇମୋହନଙ୍କର ବିଧିବଦ୍ଧ ଭାବେ ଅଭିନୟ ଜୀବନ ଆରମ୍ଭ ହୋଇଥିଲା। ଫିଲ୍ମ, ସିରିଏଲ, ଡ୍ରାମା, ମେଗା ସିରିଏଲ ଆଦିରେ ଅଭିନୟ କରି ଆଜି ଏକ ଭିନ୍ନ ଛାପ ଛାଡ଼ିଛନ୍ତି ସେ।
