ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଦ୍ରୌପଦୀ ମୁର୍ମୁ

add-all

ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଦ୍ରୌପଦୀ ମୁର୍ମୁ। ଏନଡିଏର ପ୍ରାର୍ଥୀ ଭାବେ ରାଜ୍ୟସଭା ସେକ୍ରେଟାରୀ ଜେନେରାଲ୍‌ଙ୍କ ପାଖରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ୬୪ବର୍ଷିୟ ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ଜାତୀୟ ସଭାପତି ଜେପି ନଡ୍ଡା ପ୍ରାର୍ଥିପତ୍ର ଦାଖଲ ସମୟରେ ଉପସ୍ଥିତ ଥିଲେ। ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବରିଷ୍ଠ ନେତା ମଧ୍ୟ ଏହି ସମୟରେ ଉପସ୍ଥିତ ଥିଲେ।

ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ୪ ସେଟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଦ୍ରୌପଦୀଙ୍କ ପାଇଁ ପ୍ରଥମ ପ୍ରସ୍ତାବକ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶାର ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ମଧ୍ୟ ଦ୍ରୌପଦୀଙ୍କ ନାମାଙ୍କନରେ ପ୍ରସ୍ତାବକ ଭାବରେ ସ୍ୱାକ୍ଷର କରିଛନ୍ତି। ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ କଡ଼ା ସୁରକ୍ଷା ବଳୟରେ ଓଡ଼ିଶା ଭବନରୁ ସଂସଦ ଭବନ ଯାଇଥିଲେ ଦ୍ରୌପଦୀ ମୁର୍ମୁ। ପାର୍ଲାମେଣ୍ଟରେ ପରିସରରେ ମହାତ୍ମାଗାନ୍ଧି, ଡ. ବି.ଆର. ଆମ୍ବେଡକର ଓ ବିର୍ସାମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ଏକପ୍ରକାର ନିଶ୍ଚିତ ହୋଇଛି ।

ad-week
Leave A Reply

Your email address will not be published.