ରାଜ୍ୟରେ ଆଉ ୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ

add-all

ଭୁବନେଶ୍ଵର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪ଜଣ ସଂକ୍ରମିତ ରହିଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୧୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

ad-week
Leave A Reply

Your email address will not be published.