ଦ୍ରୌପଦୀ ମୁର୍ମୁଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

add-all

ଭୁବନେଶ୍ବର: ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ଆଜି କଥା ହୋଇଛନ୍ତି। ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ଶୁଭେଚ୍ଛା ଜଣାଇଛନ୍ତି। ଏଥି ସହିତ ନବୀନ କହିଛନ୍ତି ଯେ, ଦ୍ରୌପଦୀଙ୍କ ପ୍ରାର୍ଥିତ୍ୱ ରାଜ୍ୟବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ। ଓଡ଼ିଶାର ସବୁ ଭୋଟ ତାଙ୍କୁ ମିଳିବା ପାଇଁ ଆମେ କାର୍ଯ୍ୟ ଜାରି ରଖିବୁ।

ସୂଚନାଯୋଗ୍ୟ ବିଜେପି ସମର୍ଥିତ ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁୁ ପ୍ରାର୍ଥୀ କରାଯିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦେଶ ଗସ୍ତରେ ଥାଇ ଶୁଭେଚ୍ଛା ଜଣାଇଥିିଲେ। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଥିଲେ ଯେ, ଦେଶର ସର୍ବୋଚ୍ଚ ପଦବି ପାଇଁ ଏନଡିଏ ପକ୍ଷରୁ ପ୍ରାର୍ଥିନୀ ହୋଇଥିବା ଦ୍ରୌପଦୀ ମୁର୍ମୁଙ୍କୁ ମୋର ଶୁଭେଚ୍ଛା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏନେଇ ମୋ ସହ ଆଲୋଚନା କରିବା ବେଳେ ବହୁତ ଖୁସି ହୋଇଥିଲି। ପ୍ରତିଟି ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ମୁହୂର୍ତ୍ତ ବୋଲି ନବୀନ କହିଥିଲେ। ମୁଖ୍ୟମନ୍ତ୍ରୀ ପୂର୍ବରୁ ବିଜୁ ଜନତା ଦଳ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁୁର୍ମୁୁଙ୍କୁୁ ସମର୍ଥନ ଜଣାଇବ ବୋଲି ଘୋଷଣା କରିସାରିଛନ୍ତି।

ad-week
Leave A Reply

Your email address will not be published.