ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…

add-all

ବ୍ରହ୍ମପୁର : ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଓ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ା.ଶ୍ରବଣ କୁମାର ବିବେକଙ୍କ ମିଳିତ ଏହି ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଉପଖଣ୍ଡ ସ୍ତରୀୟର ସମୁଦାୟ ମୋଟ ୪୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୩୭ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା ୨ଟି, ୩୩ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ଦୁଇ ଜଣକୁ ରେଡ୍ କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ଦୁଇ ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ତିନି ଚକିଆ ସାଇକେଲ, ପ୍ରଦାନ କରାଯାଇଛି। ଜନ ଅଭିଯୋଗ ଶୁଣାଣୀର ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ ।ଆଜିର ଜନ ଶୁଣାଣୀ ସମୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ୱି.କୀର୍ତ୍ତି ଓ୍ବାସନ୍, ମହାନଗର ନିଗମ କମିଶନର ଜେ.ସୋନାଲ୍, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ଉମାକାନ୍ତ ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କଲ୍ୟାଣୀ ଦାସ, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳର ଡେପୁଟି କଲେକ୍ଟର ଶୁଭଶ୍ରୀ ରଥ, ଉପଖଣ୍ଡ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ବିନୋଦ କୁମାର ବେହେରା ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।

ad-week
Leave A Reply

Your email address will not be published.