ଦ୍ରୌପଦୀ ମୁର୍ମୁଙ୍କ ଗାଁରେ ଜଳିଲା ବିଜୁଳି ଆଲୁଅ

add-all

ରାଇରଙ୍ଗପୁର: ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଗାଁ ମୟୂରଭଞ୍ଜ ଜିଲ୍ଲା କୁସୁମୀ ବ୍ଲକ ଉପରବେଡ଼ା ଡୁଙ୍ଗୁରିସାହି ବାସିନ୍ଦା ଦେଖିଲେ ବିଜୁଳି ଆଲୁଅ। ଏହି ସାହିକୁ ବିଦ୍ୟୁତ ସଂଯୋଗ ପରେ ଲୋକଙ୍କ ଘରେ ବିଜୁଳି ଜଳିଛି। ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଘରେ ଓ ଗାଁରେ ବିଜୁଳି ନ ଥିବା ନେଇ ଖବର ପ୍ରସାରଣ ପରେ ଏହି ଗାଁ ଚର୍ଚ୍ଚାକୁ ଆସିଥିଲା। ସରକାରଙ୍କ ଦାୟିତ୍ୱହୀନତା ପଦାରେ ପଡ଼ିଥିଲା। ବିଦ୍ୟୁତ ବିଭାଗ ତତ୍ପର ହୋଇ ଏହି ଗାଁକୁ ବିଦ୍ୟୁତ ସଂଯୋଗ କରିଥିଲା।

ଶନିବାର ଠାରୁ ଗାଁରେ ବିଦ୍ୟୁତ ଖୁଣ୍ଟ ପୋତା କାର୍ଯ୍ୟ ଆରମ୍ଭ ହୋଇଥିଲା। ଗତକାଲି ଗାଁରେ ମୋଟ ୨୦ ଗୋଟି ଖୁଣ୍ଟ ପୋତା ଯାଇଥିଲା। ଆଜି ଉପରବେଡ଼ା ଡୁଙ୍ଗୁରିସାହିରେ ମୋଟ ୧୮ଟି ଘରକୁ ବିଦ୍ୟୁତ ସଂଯୋଗ କରାଯାଇ ଲାଇନ ଚାର୍ଜ ହୋଇଥିଲା। ଫଳରେ ଏମାନଙ୍କ ଘରେ ବିଜୁଳି ଆଲୁଅ ଜଳିଛି। ବିଜୁଳି ଆଲୁଅ ଦେଖି ଲୋକେ ଖୁସି ହୋଇଛନ୍ତି |

ad-week
Leave A Reply

Your email address will not be published.