ଆସିଲା ରାଇମୋହନ ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ: ଶ୍ୱାସରୁଦ୍ଧ ହେବାରୁ ମୃତ୍ୟୁ

add-all

ଭୁବନେଶ୍ବର: ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି। ଶ୍ୱାସରୁଦ୍ଧ ହେବାରୁ ରାଇମୋହନଙ୍କ ମୃତ୍ୟୁ ହୋଇଛି ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି । ରାଇମୋହନ ନିଜେ ବେକରେ ଦଉଡ଼ି ଦେଇଥିଲେ ବୋଲି ରିପୋର୍ଟରେ କୁହାଯାଇଛି।

ସୂଚନାଯୋଗ୍ୟ, ଗତ ୨୪ ତାରିଖ ଦିନ ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରାଜଗତର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବାର ସୂଚନା ମିଳିଥିଲା।

ସେ ଭୁବନେଶ୍ବରର ପ୍ରାଚୀବିହାରସ୍ଥିତ ବାସଭବନରେ ଆତ୍ମହତ୍ୟା କରିଥିଲେ। ତାଙ୍କ ଘରୁ ରାଇମୋହନଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପାରିବାରିକ ଅସନ୍ତୋଷକୁ ନେଇ ସେ ଜୀବନ ହାରିଥିବା କୁହାଯାଉଛି।

ରାଇମୋହନ ପରିଡ଼ାଙ୍କ ମରଶରୀରକୁ ପୋଷ୍ଟମର୍ଟମ ପରେ କ୍ୟାପିଟାଲ ହସ୍ପିଟାଲରୁ ବାହାରି ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ନିଆଯାଇଥିଲା। ସେଠାରେ ଓଡ଼ିଆ ଫିଲ୍ମ, ଟେଲିଭିଜନ ଜଗତର ବିଶିଷ୍ଟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଦେଥିଲେ। ପରେ ରାଇମୋହନ ପରିଡ଼ାଙ୍କ ପାର୍ଥିବ ଶରୀରକୁ ସଙ୍ଗୀତ ମହାବିଦ୍ୟାଳୟରୁ ତାଙ୍କର ପ୍ରାଚୀବିହାରସ୍ଥିତ ବାସଭବନ ଅଭିମୁଖେ କିଛି ସମୟ ପାଇଁ ନିଆଯାଇଥିଲା। ପ୍ରାଚୀ ବିହାରସ୍ଥିତ ରାଇମୋହନଙ୍କ ଘରେ ପରିବାର, ବନ୍ଧୁବର୍ଗ ଓ ଅନ୍ୟମାନେ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଶେଷରେ ପାର୍ଥିବ ଶରୀର ପୁରୀ ସ୍ବର୍ଗଦ୍ବାର ଅଭିମୁଖେ ବାହାରିଥିଲା ଅଭିନେତା ରାଇମୋହନ ପରିଡ଼ାଙ୍କ ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ ସଂପନ୍ନ ହୋଇଥିଲା। ରାଇମୋହନଙ୍କ ପାର୍ଥିବ ଶରୀରରେ ତାଙ୍କର ସାନ ଝିଅ ମୁଖାଗ୍ନି ଦେଇଥିଲେ। ଏହି ଅବସରରେ ସଂପର୍କୀୟ, ବନ୍ଧୁବର୍ଗ ଓ ସିନେମା ଜଗତର କିଛି ଜଣାଶୁଣା ବ୍ୟକ୍ତି ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.