ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

add-all

ଭୁବନେଶ୍ୱର: ଆଗାମୀ ୫ ଦିନ ପର୍ଯ୍ଯନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୧୧ଟି ଜିଲ୍ଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାର କରାଯାଇଛି।ଉକ୍ତ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ଓ ନୂଆପଡ଼ା |

ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡିଶାର ଅନେକ ଜିଲ୍ଲା ସମେତ କୋରାପୁଟ, ମାଲକାନାଗିରି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ଓଡିଶାର ବାକି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ad-week
Leave A Reply

Your email address will not be published.