ବୁଧବାର ଠାରୁ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

add-all

ଭୁବନେଶ୍ବର, ୧୨।୭ ବୁଧବାର ଠାରୁ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ । ବୁଧବାର ଗୃହରେ ୧୦ ଟି ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପିତ ହେବ। ୧୪-୨୯ ତାରିଖ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ। ଯେଉଁ ବିଭାଗ ଗୃହରେ ଆଲୋଚନା ହୋଇନପାରିବ ୨୯ ତାରିଖରେ ଗିଲୋଟିନରେ ପାରିତ ହେବ। ୩୦ ତାରିଖରେ ବ୍ୟୟମଞ୍ଜୁରି ବିଲ ପାରିତ ହେବ।

ଗୃହ କାର୍ଯ୍ୟ ଶୃଙ୍ଖଳିତ ଭାବେ ଚଳାଇବାକୁ ଅନୁରୋଧ କରିଛନ୍ତି ବାଚସ୍ପତି। ପ୍ରଥମ ପର୍ଯ୍ୟାୟରେ କେବଳ ଗୋଟେ ଦିନ ପ୍ରଶ୍ନକାଳ ପ୍ରଭାବିତ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ କିପରି ପ୍ରଶ୍ନକାଳ ଶୃଙ୍ଖଳିତ ହେବ ସେ ନେଇ ପ୍ରୟାସ କରାଯିବ ବୋଲି ବାଚସ୍ପତି କହିଛନ୍ତି ।

ସରକାରୀ ଦଳ ମୁଖ୍ୟ ସଚେତକ କହିଛନ୍ତି ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ମୁଖ୍ୟ ପର୍ଯ୍ୟାୟ । ବିଭାଗୱାରୀ ଖର୍ଚ୍ଚଦାବି ଆଲୋଚନା ହେବ । ଯାହା କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି ସେହି ଅନୁସାରେ ସମସ୍ତ କାର୍ଯ୍ୟକ୍ରମ ଚାଲିବ । ବିରୋଧୀ ଦଳ ଯେଉଁ ପ୍ରସଙ୍ଗ ଉଠାଇବେ ସରକାର ଆଲୋଚନା ପାଇଁ ପ୍ରସ୍ତୁତ ରହିଛି । ବିରୋଧୀ ଦଳ ମୁଲତବୀ ପ୍ରସ୍ତାବ ଆକାରରେ ଆଣିଲେ ଆଲୋଚନା କରାଯିବ ବୋଲି ସରକାରୀ ମୁଖ୍ୟ ସଚେତକ କହିଛନ୍ତି ।

ad-week
Leave A Reply

Your email address will not be published.