ସରକାରୀ କର୍ମଚାରୀଙ୍କ ପାଇଁ ୪୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବଢିଲା ଗୃହ ନିର୍ମାଣ ଋଣ

add-all

ଭୁବନେଶ୍ୱର : ରାଜ୍ୟ ସରକାର ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ।

ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା ।ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି । ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ।

ad-week
Leave A Reply

Your email address will not be published.