ଏକକ ପିଜି ପ୍ରବେଶିକା ଆବେଦନ ଅବଧି ବୃଦ୍ଧି, ଅଗଷ୍ଟ ପହିଲାରୁ ପ୍ରବେଶିକା ପରୀକ୍ଷା

add-all

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର(ପିଜି) ପାଠ୍ୟକ୍ରମରେରେ ନାମ ଲେଖା ପାଇଁ ଆବେଦନ ଅବଧି ବୃଦ୍ଧି ହୋଇଛି। ଛାତ୍ରଛାତ୍ରୀ ଆସନ୍ତା ୧୭ ତାରିଖ ଯାଏଁ ଏକକ ପିଜି ପ୍ରବେଶିକା ଲାଗି ଆବେଦନ କରିପାରିବେ। ଜୁଲାଇ ୧୮ ଓ ୧୯ ତାରିଖ ଦୁଇ ଦିନ ପିଲାଙ୍କ ଫର୍ମ ସଂଶୋଧନ ପାଇଁ ସୁଯୋଗ ଦିଆଯାଇଥିବା ବେଳେ ୨୫ ତରିଖ ଅପରାହ୍ଣ ୨ଟାରୁ ସେମାନଙ୍କ ଆଡ଼ମିଟ୍‍ କାର୍ଡ଼ ଅନଲାଇନରେ ଉପଲବ୍ଧ ହେବ।

ତେବେ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି) ଅଗଷ୍ଟ ୧ରୁ ଆରମ୍ଭ ହୋଇ ୧୩ ତାରିଖରେ ସରିବ। ପ୍ରତି ଦିନ ତିନୋଟି ସିଫ୍ଟରେ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ସିଫ୍ଟ ସକାଳ ୧୦ ରୁ ୧୧.୩୦ ଦ୍ୱିତୀୟ ସିଫ୍ଟ ମଧ୍ୟାହ୍ନ ୧୨.୩୦ ରୁ ୨ଟା ଓ ତୃତୀୟ ସିଫ୍ଟ ଅପରାହ୍ଣ ୩ ରୁ ୪.୩୦ ଯାଏଁ ଅନୁଷ୍ଠିତ ହେବ। ଛାତ୍ରଛାତ୍ରୀ ପରୀକ୍ଷା ସୂଚୀ ସମ୍ପର୍କିତ ସମସ୍ତ ତଥ୍ୟ www.samsodisha.gov.inରୁ ପାଇ ପାରିବେ ବୋଲି ବିଭାଗ ଦର୍ଶାଇଛି।

ସେହିପରି ଅଗଷ୍ଟ ୨୫ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ। ୨୫ରୁ ୩୦ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ନାମଲେଖା ପାଇଁ ଶିକ୍ଷାନୁଷ୍ଠାନ ଚୟନ(ଚଏସ ଫିଲିଂ) କରିବେ। ସେପ୍ଟେମ୍ବର ୫ ତାରିଖ ଅପରାହ୍ଣ ୫ଟାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ୬ରୁ ୭ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ପିଲାଙ୍କ ନାମଲେଖା ଅନୁଷ୍ଠିତ ହେବ। ତେବେ ପ୍ରଥମ ପର୍ଯ୍ୟାୟ ନାମଲେଖା ସମ୍ପର୍କିତ ତଥ୍ୟ ୮ ତାରିଖ ସଂଧ୍ୟା ୭ଟାରେ ସାମ୍ସ ଇ-ସ୍ପେସ୍‍ରେ ଅପଲୋଡ ହେବାକୁ ଥିବାବେଳେ ୧୩ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ।

ad-week
Leave A Reply

Your email address will not be published.