
ଫୁଲବାଣୀ : ଫୁଲବାଣୀ ସ୍ଵତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ତଥା ଜିଲ୍ଲା ଅତିରିକ୍ତ ଜିଲ୍ଲା ଜଜ୍ ଭାସ୍କର ଚନ୍ଦ୍ର ସାହୁ ଏକ ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ୨୨ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପୀଡ଼ିତାଙ୍କ ବୟାନ ଆଧାରରେ ମାମଲାର ଅଭିଯୁକ୍ତ କରନ କୁମାର କହଁରହରକୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨ଲକ୍ଷ ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ । ହରିବନ୍ଧୁକୁ ଆଉ ଅଧିକ ୨ ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ନିଜ ରାୟରେ ପ୍ରକାଶ କରିଛନ୍ତି । ପୀଡ଼ିତାଙ୍କ ପକ୍ଷରୁ ମାମଲାକୁ ସ୍ୱତନ୍ତ୍ର ପୋସ୍କୋ କୋର୍ଟର ପିପି ବନମାଳୀ ବେହେରା ପରିଚାଳନା କରୁଥିଲେ।
ଘଟଣା ଅନୁସାରେ ୫/୧/୨୦୧୯ ତାରିଖ ଦିନ ନାବାଳିକା ପିଡିତାକୁ ଅପହରଣ କରି ନେଇ କେରଳ ନେଇକିଯାଇଥିଲା ଗୋଟିଏ ଘରେ ସ୍ଵାମୀ ସ୍ତ୍ରୀ ରୂପେ ରହି ପ୍ଲାଇ ଉଡ଼ କମ୍ପାନୀରେ କାମ କରୁଥିଲା ଏବଂ ପିଡିତାର ଇଚ୍ଛା ବିରୁଦ୍ଧରେ ଜୋର ଜବରଦସ୍ତି ଶାରୀରିକ ସମ୍ପର୍କ ରଖୁଥିଲା। ପିଡ଼ିତାର ବାପା ୦୬/୦୧/୨୦୧୯ ତାରିଖରେ ଟିକାବାଲି ଥାନାରେ ଅପହରଣ ହୋଇଥିବା ନେଇ ଏକ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁସାରେ ପୋଲିସ ଏକ ମାମଲା ୦୨/୨୦୧୯ ପୋସ୍କୋ ଆଇନ ଅନୁସାରେ ରୁଜ୍ଜୁ କରିବା ସହିତ ଅଭିଯୁକ୍ତକୁ କୋର୍ଟରେ ହାଜର କରାଇଥିଲା।ସେହି ମାମଲାର ଘଟଣା ବିଚାରଣ କରି ବିଚାରପତି ଉପୋରୋକ୍ତ ରାୟ ଶୁଣାଇଛନ୍ତି ।