ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା, ୮ ଜିଲ୍ଲାକୁ ଅରେଞ୍ଜ ଓ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟର କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର ଓ ନୂଆପଡା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନାଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ad-week
Leave A Reply

Your email address will not be published.