
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରର ସ୍ଥାନୀୟ ଏ ଜେ ଓ ଉଚ୍ଚ ବିଦ୍ୟାଳୟ ଫୁଲବାଣୀ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ବିଶ୍ୱ ଯୁବ ଦକ୍ଷତା ଦିବସ ପାଳିତ ହୋଇଯାଇଅଛି । ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଜ଼ିଲ୍ଲା କ୍ରୀଡା ଅଧିକାରୀ ଜିତେନ୍ଦ୍ର କୁମାର ମହାକୁଡ଼ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ପ୍ରଧାନ ଶିକ୍ଷକ ଏ ଜେ ଓ ହାଇସ୍କୁଲ ର ଦିଲ୍ଲୀପ କୁମାର ପ୍ରଧାନ, କ୍ରୀଡା ଶିକ୍ଷକ ରାକେଶ ବିଶୋଇ, ହିନ୍ଦୀ ଶିକ୍ଷକ ଯୁଧିଷ୍ଠିର ମହାନ୍ତି, ଏବଂ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହକର୍ମୀ ସତ୍ୟବାନ ଦଳବେହେରା, ସ୍ୱେଚ୍ଛାସେବୀ ଚନ୍ଦ୍ରମଣି ଦେହୁରୀ, ରୀତିମା ବାଘ, ସିବେନ୍ଦ୍ର ଡିଗାଲ, ସୁଭଦ୍ରା ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍କୁଲର ଛାତ୍ର ଛାତ୍ରୀ ଏବଂ ନେହରୁ ଯୁବ କେନ୍ଦ୍ରର ସ୍ୱେଚ୍ଛାସେବୀ ପ୍ରମୁଖ ଯୋଗ ଦେଇଥିଲେ ଛାତ୍ରଛାତ୍ରୀ ମାନଙ୍କର ମଧ୍ୟରେ ବକୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସ୍ମୃତିରେଖା ପାତ୍ର ପ୍ରଥମ, ଗୁଣ୍ଡିଚା ରାଣୀ କହ୍ନର ଦ୍ୱିତୀୟ ଏବଂ ରାକେଶ ସାମଲ ତୃତୀୟ ହୋଇ ଥିଲେ ।ମୁଖ୍ୟ ଅତିଥି ଅନୁଷ୍ଠିତ ଦିବସର ମୁଖ୍ୟ ଲକ୍ଷ୍ୟ ଓ ଉଦେଶ୍ୟ ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରିଥିଲେ । ବୈଠକରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହକର୍ମୀ ସତ୍ୟବାନ ଦଳବେହେରା ମୁଖ୍ୟ ଅତିଥି,ଅନ୍ୟାନ୍ୟ ଅତିଥି ଓ ଉପସ୍ଥିତ ଛାତ୍ର ଛାତ୍ରୀ, ମାନଙ୍କୁ ସ୍ୱାଗତ କରିଥିବା ବେଳେ ଚନ୍ଦ୍ରମଣି ଦେହୁରୀ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରି ଥିଲେ ।