ଆସନ୍ତା ୧୮ରେ ଖୋଲିବ ହୀରାକୁଦ ଗେଟ୍‌

add-all

ସମ୍ବଲପୁର: ଉପର ମୁଣ୍ଡରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟା ପାଣି ପ୍ରବେଶ କରୁଛି। ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ଜୁଲାଇ ୧୮ ତାରିଖରେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବ। ହୀରାକୁଦ ଜଳଭଣ୍ଡାରରୁ ପୂର୍ବାହ୍ନ ୧୧ଟାରେ ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍ ଖୋଲାଯିବ। ମହାନଦୀ ଅବବାହିକା ମୁଖ୍ୟ ଯନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

ମୁଖ୍ୟ ଯନ୍ତ୍ରୀ କହିଛନ୍ତି ଯେ, ଜଳଭଣ୍ଡାରର ଗେଟ୍‌ ଖୋଲିବା ପରେ ମହାନଦୀ ଓ ତା’ର ଶାଖା ନଦୀ ଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବ। ତେଣୁ ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ଜନସାଧାରଣ ସତର୍କତା ଅବଲମ୍ବନ କରିବା ଆବଶ୍ୟକ। କୌଣସି ଦୁର୍ଘଟଣା ପାଇଁ ହୀରାକୁଦ ନଦୀବନ୍ଧ କର୍ତ୍ତୃପକ୍ଷ ଦାୟୀ ରହିବେ ନାହିଁ।

ତେବେ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସନ ପୂର୍ବରୁ ସେ ଏନେଇ ସେ ଆଜି ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରିଛନ୍ତି। ହୀରାକୁଦ ଡ୍ୟାମ୍‌ ମୁଖ୍ୟଯନ୍ତ୍ରୀଙ୍କ କହିବା ଅନୁସାରେ, ଛତିଶଗଡ଼ ଓ ମହାନଦୀର ଉପରମୁଣ୍ଡରେ ବିଗତ ଦିନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ଜଳଭଣ୍ଡାରକୁ କ୍ରମାଗତ ଭାବେ ବନ୍ୟାଜଳ ପ୍ରବେଶ କରୁଥିବାରୁ ଏହା ଦୁଇଦିନ ମଧ୍ୟରେ ଜଳସ୍ତର ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ତେଣୁ ସୋମବାର ପ୍ରଥମ ପର୍ଯ୍ୟାୟରେ ୫ଟି ଗୋଟ୍‌ ଖୋଲିବାକୁ ନିଷ୍ପତ୍ତି ହୋଇଛି।

ad-week
Leave A Reply

Your email address will not be published.