ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୬ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

add-all

ଭୁବନେଶ୍ବର: ରାଜ୍ୟରେ ଏବେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି। ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୯ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେହି ୬ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ସେହି ୬ଟି ଜିଲ୍ଲା ହେଉଛି କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି ଓ ବଲାଙ୍ଗୀର ଏବଂ ୯ଟି ଜିଲ୍ଲା ହେଉଛି ଗଜପତି, ଗଂଜାମ, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ରାୟଗଡ଼଼ା, ଖୋର୍ଦ୍ଧା, ପୁରୀ ଓ କନ୍ଧମାଳ।

ad-week
Leave A Reply

Your email address will not be published.