
ନବରଙ୍ଗପୁର (୨୦/୭) : ନବରଙ୍ଗପୁର ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ଓ ପରିଚାଳନା ୨୦୨୨ ଖସଡ଼ା କମିଟିର ଏକ ବୈଠକ ଜିଲ୍ଲାପାଳ ଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କମିଟି ର ଅଧ୍ୟକ୍ଷ ତଥା ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ କମିଟିର ସମସ୍ତ ସଭ୍ୟଙ୍କ ସହିତ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ବିସ୍ତୃତ ଆଲୋଚନା କରିବା ପରେ କମିଟିର ସର୍ବସମ୍ମତି କ୍ରମେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ଓ ପରିଚାଳନା ଖସଡ଼ା ୨୦୨୨ କୁ ଅନୁମୋଦନ ପ୍ରାପ୍ତ କରାଗଲା। ଉକ୍ତ ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ କମିଟିର ଯୁଗ୍ମ ଅଧକ୍ଷ ତଥା ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ମଳୟ ତ୍ରିପାଠୀ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟକୃଷ୍ଣ ବେହେରା, ଜିଲ୍ଲା ମୂଖ୍ୟ କୃଷି ଅଧିକାରୀ ଡକ୍ଟର ଆୟୁରୁଦେହି ମିଶ୍ର ଜିଲ୍ଲା ଜରୁରୀକାଳୀନ ଅଧିକାରୀ ମୌସୁମୀ ନାୟକ, ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦେବୀ ପ୍ରସାଦ ଟାଲି, ଅଧିକ୍ଷକ ଯନ୍ତ୍ରୀ ଗ୍ରାମ୍ୟ ନିର୍ମାଣ ବିଭାଜନ ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟ ଏବଂ ବରିଷ୍ଠ ରାଜସ୍ଵ ସହାୟକ ତ୍ରିପତି ବାଲାଜୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।