ଖୋର୍ଦ୍ଧା ବାଘମାରି ଥାନା ଅଞ୍ଚଳରୁ ୭ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

add-all

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଘମାରି ଥାନା ଅଞ୍ଚଳରୁ ଆଜି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ପୋଲିସ ଜବତ କରିଛି। ସୂଚନା ମୁତାବକ ବାଘମାରି ଥାନା ଅନ୍ତର୍ଗତ ପୋଡ଼ାଡିହ ଗ୍ରାମ ମହିଷାସୁଣି ମନ୍ଦିର ପାଖେ ଥିବା ଏକ ଆଜବେଷ୍ଟସ ଘରେ ବ୍ରାଉନସୁଗାର କାରବାର ଚାଲିଥିବାର ଖବର ଏସପି ସିଦ୍ଧାର୍ଥ କାଟାରିଆ ପାଇଥିଲେ।

ସଙ୍ଗେସଙ୍ଗେ ଏସପିଙ୍କ ନିର୍ଦ୍ଦେଶକ୍ରମେ ଏବଂ ଏସଡିପିଓ ସୁଶୀଲ ମିଶ୍ରଙ୍କ ତତ୍ୱାବଧାନରେ ଇନ୍ସପେକ୍ଟର ରଶ୍ମିରଞ୍ଜନ ଦାସ ସ୍ୱତନ୍ତ୍ର ସ୍କ୍ୱାର୍ଡର ସହଯୋଗରେଙ୍କ ଏକ ଟିମ ଗଠନ କରି ଆଜି ଅପରାହ୍ନରେ ସମ୍ପୃକ୍ତ ଅଞ୍ଚଳରେ ଚଢ଼ାଉ କରିଥିଲେ।

ଚଢ଼ାଉ ବେଳେ ପୋଡ଼ାଡିହ ଗ୍ରାମର ବ୍ରାଉନସୁଗାର ବେପାରି ଭରତ ସେଠି (୬୧) ଗିରଫ ହୋଇଥିବାବେଳେ ଅନ୍ୟ ଜଣେ ବେପାରି ପ୍ରଭାତ ସେଠି ଘଟଣାସ୍ଥଳରୁ ଖସି ପଳାଇବାକୁ ସକ୍ଷମ ହୋଇଥିଲେ। ଭାରତଙ୍କ ନିକଟରୁ ପୋଲିସ ୬୧.୮୩ ଗ୍ରାମ ବ୍ରାଉନସୁଗାର ଏବଂ ଏକ ବାଇକ ଜବତ କରିଛି। ଜବତ ବ୍ରାଉନସୁଗାରର ମୂଲ୍ୟ ପାଖାପାଖି ୭ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି।

ଏହି ପରିପ୍ରେକ୍ଷୀରେ ବାଘମାରି ଥାନା ପୋଲିସ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ କେଶ ନମ୍ବର ୯୨/୨୨ ରେ ଏକ ମାମଲା ରୁଜୁ କରି ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି। ଉକ୍ତ ଚଢ଼ାଉରେ ଏସଆଇ ବ୍ରହ୍ମାନନ୍ଦ ସ୍ୱାଇଁ, ଏଏସଆଇ ରମାକାନ୍ତ ପୁହାଣ ଏବଂ ସ୍ୱତନ୍ତ୍ର ସ୍କ୍ୱାର୍ଡର ପୋଲିସ କର୍ମଚାରୀମାନେ ସାମିଲ ଥିବା ବେଳେ ଉକ୍ତ ମାମଲାର ତଦନ୍ତ କରିବେ ବାଘମାରି ଥାନାଧିକାରିଣୀ ପ୍ରଜ୍ଞା ରିତମ୍ଭରା କର।

ad-week
Leave A Reply

Your email address will not be published.