ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ 

youtube

ଭୁବନେଶ୍ୱର: ଦୈନିକ କରୋନା ସଂକ୍ରମଣ ସଂଖ୍ୟା ଆଜି ମଧ୍ୟ ହଜାରେ ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୭୫ ଜଣ ସ୍ଥାନୀୟ ସଂକ୍ରମିତ ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୨ଜଣ, କୋରାପୁଟ ଜିଲ୍ଲାରୁ ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୪୮ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୨ଜଣ, ଷ୍ଟେଟ ପୁଲ୍ ରୁ ୨୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୦୭୯୧୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ୨ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ମାନଙ୍କ ମଧ୍ୟରେ ଜଣେ ଅନୁଗୁଳ ଜିଲାର ୩୨ ବର୍ଷ ବୟସ୍କ ପୁରୁଷ ଓ ଅନ୍ୟ ଜଣେ ବାଲେଶ୍ୱର ଜିଲାର ୬୩ ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୩୫ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୭୯୧୧ ଜଣ କରୋନା ସଂକ୍ରମିତ ଚ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୯୧୬୬୯ ଜଣ ସୁସ୍ଥ ହୋଇଛନ୍ତି । ଆଉ ୭୦୫୪ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୫୩୬୯୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.