ଆସନ୍ତା ଅଗଷ୍ଟ ୫ରେ ପୁଣି ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର: ଆସନ୍ତା ଅଗଷ୍ଟ ୫ରେ ପୁଣି ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହା ବିଶେଷ ସୂତ୍ରରୁ ଖବର ମିଳିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ ଓ ନୀତି ଆୟୋଗର ୭ମ ପରିଚାଳନା ପରିଷଦ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ମିଳିଥିବା ସୂଚନା ଅନୁଯାୟୀ, ୫ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ। ୬ତାରିଖରେ ୭୫ତମ ସ୍ବାଧୀନତା ଦିବସ ଉପଲକ୍ଷେ ଆୟୋଜିତ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ‌ରେ ଯୋଗଦେବେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ବିଭିନ୍ନ ରାଜ୍ୟର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଯୋଗଦେବେ। ସେହିପରି ୭ତାରିଖରେ ନୀତି ଆୟୋଗର ୭ମ ପରିଚାଳନା ପରିଷଦ ବୈଠକରେ ଯୋଗଦେବେ। ଅଗଷ୍ଟ ୮ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଛି।

ad-week
Leave A Reply

Your email address will not be published.