୧୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୟେଲୋଓ୍ଵାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ଯାହା ଫଳରେ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

ତେବେ ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, କଟକ ଓ ଢ଼େଙ୍କାନାଳ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୮ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ad-week
Leave A Reply

Your email address will not be published.