ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ

add-all


ନବରଙ୍ଗପୁର(୦୩ /୦୮) : ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଜିଲ୍ଲା ପଞ୍ଚାୟତ ସାଧନା କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ଜିଲ୍ଲାପାଳ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। ଏଥିରେ କୃଷକ ପଞ୍ଜିକରଣ, ୟୁରିଆ ସାର, ବିହନଯୋଗାଣ,ଅଙ୍ଗନୱାଡ଼ି କେନ୍ଦ୍ର ପରିଚାଳନା, ଅମୃତ ସରୋବର ପ୍ରକଳ୍ପ, ଶିକ୍ଷା ବ୍ୟବସ୍ଥା,5T ସ୍କୁଲ, ସ୍ବାସ୍ଥ୍ୟ ସେବା, ଇତ୍ୟାଦି ସମ୍ପର୍କରେ ଜିଲ୍ଲାପାଳ ସମୀକ୍ଷା କରିଥିଲେ। ବିଶେଷ କରି ନୋଡାଲ ଅଧିକାରୀ ମାନେ ସଂପୃକ୍ତ ବ୍ଲକ ପରିଦର୍ଶନ ସମୟରେ ଗ୍ରାମ ପଞ୍ଚାୟତ ପରିଦର୍ଶନ କରି ପଞ୍ଚାୟତ କାର୍ଯ୍ୟ ର ତଦାରଖ କରି ସବିଶେଷ ତଥ୍ୟ ଜିଲ୍ଲପାଳଙ୍କୁ ଜଣାଇବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ଖରିଫ୍ ଋତୁରେ କୃଷକ ମାନଙ୍କ ପାଇଁ ଆବଶ୍ୟକ ବିହନ ସାର ଯୋଗାଣ ରେ ଯେମିତି କୌଣସି ତ୍ରୁଟି ନହୁଏ ସେଥିପାଇଁ ଯଥେଷ୍ଟ ଧ୍ୟାନ ଦେବା ପାଇଁ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଙ୍କୁ ଜିଲ୍ଲପାଳ ଡକ୍ଟର ମିଶ୍ର ନିର୍ଦ୍ଦେଶ ଦେଇଥିଲେ।
ଏହି ବୈଠକରେ ନୋଡାଲ ଅଧିକାରୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀଅଧିକାରୀ ଜିଲ୍ଲା ପରିଷଦ ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ, ଭାସ୍କର ରଇତ, ସମନ୍ୱିତ ଆଦିବାସି ଉନ୍ନୟନ ପ୍ରକଳ୍ପ ପ୍ରଶାସକ, ଅଭୀମନ୍ୟୁ ମାଝୀ,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ମୌସୁମୀ ନାୟକ,ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ, ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା ଉପ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦେବୀ ପ୍ରସାଦ ଟାଲି ଜିଲ୍ଲା ମଙ୍ଗଳ ଅଧିକାରୀ, ସ୍ମୃତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁଧାଂଶୁ ପାତ୍ର,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସ୍ବର୍ଣ୍ଣଲତା ବିଶ୍ୱାସ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ମଳୟ ତ୍ରିପାଠୀ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ସଞ୍ଜୀବ କୁମାର ସାହୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ହଳଧର ନିହାଲ , ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

ad-week
Leave A Reply

Your email address will not be published.