ବୁଷ୍ଟର ଡୋଜ ନେବାକୁ ଆଗ୍ରହ ଦେଖାଉ ନାହାନ୍ତି ଲୋକ: ସ୍ୱାସ୍ଥ୍ୟ ବିଭାଗ

Independence

ଭୁବନେଶ୍ବର: ବର୍ତ୍ତମାନ ସୁଦ୍ଧା ରାଜ୍ୟର ୮୭ ପ୍ରତିଶତ ଲୋକେ ନେଇ ନାହାନ୍ତି ବୁଷ୍ଟର ଡୋଜ। ଅର୍ଥାତ ରାଜ୍ୟର ୨ କୋଟି ୮୨ ଲକ୍ଷ ଲୋକେ ନେଇ ନାହାନ୍ତି ବୁଷ୍ଟର ଡୋଜ । ବର୍ତ୍ତମାନ ସୁଦ୍ଧା କେବଳ ୪୨ ଲକ୍ଷ ୭୦ ହଜାର ୪୮୭ ଲୋକେ ବୁଷ୍ଟର ଡୋଜ ନେଇଛନ୍ତି। ଯାହାକି ମାତ୍ର ୧୩ ପ୍ରତିଶତ। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ରାଜ୍ୟର ୨୫ ଲକ୍ଷ ଲୋକ ନେଇ ନାହାନ୍ତି ଦ୍ୱିତୀୟ ଡୋଜ ଟିକା। ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

କଟକ, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ପୁରୀ, ଅନୁଗୁଳ ଭଳି ଜିଲ୍ଲାରେ ପ୍ରଥମ ଡୋଜ ୯୦ ପ୍ରତିଶତରୁ କମ ଟିକାକରଣ ହୋଇଛି। ତେବେ କେନ୍ଦ୍ର ସରକାରଙ୍କ ଦ୍ୱାରା କରାଯାଉଥିବା ମାଗଣା ଟିକାକରଣକୁ ଆଉ କମ ଦିନ ବାକିଥିବାରୁ ସମସ୍ତଙ୍କୁ ତୁରନ୍ତ ବୁଷ୍ଟର ଡୋଜ ନେବା ଲାଗି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଅନୁରୋଧ କରିଛନ୍ତି। ରାଜ୍ୟରେ କୋଭିସିଲଡ ଟିକା କମ ରହିଥିବାରୁ ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ରକୁ ଚିଠି ଲେଖିଛି।

ad-week
Leave A Reply

Your email address will not be published.