ଆସନ୍ତାକାଲି ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

add-all

ନୂଆଦିଲ୍ଲୀ: ଆସନ୍ତାକାଲି ୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଏହି ଗସ୍ତକାଳରେ ସେ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକରେ ଯୋଗଦେବେ। ସେହିପରି ନୀତି ଆୟୋଗର ୭ମ ପରିଚାଳନା ପରିଷଦ ବୈଠକରେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀ ୫ତାରିଖ ଅପରାହ୍ନରେ ଦିଲ୍ଲୀ ଗସ୍ତରେ ଯିବେ। ୬ ତାରିଖରେ ୭୫ତମ ସ୍ବାଧୀନତା ଦିବସ ଉପଲକ୍ଷେ ଆୟୋଜିତ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ‌ରେ ଯୋଗଦେବେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ବିଭିନ୍ନ ରାଜ୍ୟର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଯୋଗଦେବେ।

ସେହିପରି ୭ତାରିଖରେ ନୀତି ଆୟୋଗର ୭ମ ପରିଚାଳନା ପରିଷଦ ବୈଠକରେ ନବୀନ ଯୋଗଦେବେ। ଏହି ବୈଠକରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀମାନେ ସାମିଲ ହେବେ। ଅଗଷ୍ଟ ୮ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଛି।

ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ୍ ହେବା ପାଇଁ ମୁଖ୍ୟମନ୍ତ୍ରୀ ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ।

ad-week
Leave A Reply

Your email address will not be published.