ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ: ପିପିଟିର ମେକାନିକାଲ ମୁଖ୍ୟଯନ୍ତ୍ରୀଙ୍କ ସମେତ ୪ ଗିରଫ

add-all

ଭୁବନେଶ୍ବର: ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ ମାମଲାରେ ଜଣେ ବରିଷ୍ଠ ଅଧିକାରୀଙ୍କ ସହ ୪ ଜଣଙ୍କୁ ସିବିଆଇ ଗିରଫ କରିଥିବା ଜଣାଯାଇଛି। ୨୫ ଲକ୍ଷ ଟଙ୍କା ଲାଞ୍ଚ ମାମଲାକୁ ନେଇ ୨୪ ଘଣ୍ଟାର ମାରାଥନ ଚଢ଼ାଉ ପରେ ସିବିଆଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଂଜିନିୟର ସରୋଜ ଦାସ , ଠିକାଦାର ସୁମନ୍ତ ରାଉତ ଓ କେସିଟି ଗ୍ରୁପର ଶଙ୍ଖଶୁଭ୍ର ମିତ୍ର ଓ ଓଏସଏଲର ଡିଜିଏମ୍ ସୂର୍ଯ୍ୟ ନାରାୟଣ ସାହୁ ଥିବା ଜଣାଯାଇଛି।

ଏହାଛଡ଼ା କେସିଟି ଗ୍ରୁପର ଦେବପ୍ରିୟ ମହାନ୍ତି , ଓଏସଏଲର ଚର୍ଚ୍ଚିତ ମିଶ୍ରଙ୍କୁ ଅଭିଯୁକ୍ତ ଦର୍ଶାଯାଇଛି। ଏଯାବତ୍ ସେମାନଙ୍କଠାରୁ ୮୪.୫ ଲକ୍ଷ ଟଙ୍କା ଜବତ କରାଯାଇଛି।

ad-week
Leave A Reply

Your email address will not be published.