ରାଜ୍ୟରେ ବର୍ଷା ଜାରି: ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ସକ୍ରିୟ ରହିଥିବା ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୧୭ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଂଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା।

ପାଣିପାଗ ବିଭାଗର ସୂଚନା ଅନୁସାରେ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏ ବ୍ୟାପିଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପ୍ରବଳ ବର୍ଷା ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବ ସହ କଚ୍ଚା ରାସ୍ତା ଓ କଚ୍ଚା ଘର ପ୍ରଭାବିତ ହେବା ସମ୍ଭାବନା ରହିଛି। ଅତିପ୍ରବଳ ତଥା ଅତ୍ୟନ୍ତ ପ୍ରବଳ ବର୍ଷା ପ୍ରଭାବରେ ଅସୁରକ୍ଷିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ଚାଷୀ ମାନଙ୍କୁ ସାମୟିକ ଭାବେ ଜମିରେ ୧୦ ତାରିଖ ଯାଏଁ କୀଟନାଶକ, ସାର ଓ ଜଳସେଚନ ନ କରିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ad-week
Leave A Reply

Your email address will not be published.