ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ସଂଜୟ କୁମାର ସିଂ

Independence

ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଶ୍ରୀ ସଂଜୟ କୁମାର ସିଂ ଆଜି ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି । ଗ୍ରାମ୍ୟ ଉନ୍ନୟନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଅକ୍ଷୟ କୁମାର ପ୍ରଧାନ ଏବଂ ନିର୍ଦ୍ଦେଶକ ତଥା ସ୍ୱତନ୍ତ୍ର ସଚିବ ଶ୍ରୀ ସୁଦର୍ଶନ ପରିଡ଼ା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ପ୍ରମୁଖ ସଚିବ ଶ୍ରୀ ସିଂଙ୍କୁ ସ୍ୱାଗତ ଜଣାଇଥିଲେ ।

ଦାୟିତ୍ୱ ଗ୍ରହଣ ପରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସଂପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ ।

ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଜନକଲ୍ୟାଣକାରୀ ଯୋଜନା ବାବଦରେ ଅବଗତ ହେବା ପରେ ଅଧିକାରୀ ଓ କର୍ମଚାରୀମାନଙ୍କୁ ଏସବୁର କାର୍ଯ୍ୟାନ୍ୱୟନ ନିମନ୍ତେ ନିଷ୍ଠା ଓ ଦାୟିତ୍ୱର ସହ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ମୁଖ୍ୟ ଯନ୍ତ୍ରୀ ଶ୍ରୀ ପି.କେ. ସାମଲ, ମୁଖ୍ୟ ଯନ୍ତ୍ରୀ (ଯୋଜନା ଓ ରାସ୍ତା) ଶ୍ରୀ ସଂଜୀବ ମହାନ୍ତି, ମୁଖ୍ୟ ଯନ୍ତ୍ରୀ (ବି୍ରଜ୍‌ ଏବଂ କୋଠା) ଶ୍ରୀ ରମେଶ ବେହେରା, ବିତ୍ତ ପରାମର୍ଶଦାତା ସ୍ମିତା ପାଣି, ଅତିରିକ୍ତ ସଚିବ ବବିତା ମହାନ୍ତି, ଉପନିର୍ଦ୍ଦେଶକ ପୁଷ୍ପିତା ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।

ad-week
Leave A Reply

Your email address will not be published.