ବାଲିଗୁଡ଼ାରେ ଷ୍ଟେଟବ୍ୟାଙ୍କ ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

Independence

ବାଲିଗୁଡ଼ା : ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦୀ କା ଅମୃତ୍ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଶାଖା ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବାଲିଗୁଡ଼ା ମୁଖ୍ୟ ଶାଖା ପରିଚାଳକ ନିଳକଣ୍ଠ ବେହେରାଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ବାଲିଗୁଡ଼ା ମୁଖ୍ୟ ଶାଖା ସମେତ ବଜାର ଶାଖା, ବାରଖମା ଶାଖା ଓ କ.ନୂଆଗାଁ ଶାଖାର ସମସ୍ତ କର୍ମକର୍ତ୍ତା ଏହି କାର୍ଯ୍ୟକ୍ରମରେ ସାମିଲ୍ ହୋଇଥିଲେ । ସମସ୍ତ କର୍ମଚାରୀ ବାଲିଗୁଡ଼ା ମୁଖ୍ୟ ଶାଖା ସମ୍ମୁଖରୁ ହାତରେ ତ୍ରିରଙ୍ଗା ଧରି ସ୍ଲୋଗାନ୍ ମାନ ଦେଇ ବସଷ୍ଟାଣ୍ଡ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବାହାରିଥିଲେ। ଏହାପରେ ଚଳିତ ମାସ ୧୩ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ସମସ୍ତେ ନିଜ ନିଜ ଘରେ ତୀରଙ୍ଗା ଉଡ଼ାଇବା ସହ ଭାରତ ମା’ ର ସେବାରେ ନିଜକୁ ଉତ୍ସର୍ଗୀକୃତ କରିବାକୁ ଶପଥ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାଖା ପରିଚାଳକ ନିଳକଣ୍ଠ ବେହେରା ଏହି କାର୍ଯ୍ୟକ୍ରମର ଲକ୍ଷ ଓ ଉଦ୍ଦେଶ୍ୟ ସମ୍ପର୍କରେ ସମସ୍ତଙ୍କୁ ଅବଗତ କରାଇବା ସହ ଜଣେ ଭାରତୀୟ ନାଗରିକ ଭାବେ ନିଜକୁ ଗର୍ବ ଓ ଗୌରବ ଅନୁଭବ କରିବାକୁ ଆହ୍ବାନ୍ ଦେଇଥିଲେ।

ad-week
Leave A Reply

Your email address will not be published.