ରାଜ୍ୟ କ୍ୟାବିନେଟ ବୈଠକରେ ୧୭ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

add-all

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‍ ବୈଠକରେ ୧୭ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ । ସନ୍ଧ୍ୟା ୫.୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା କ୍ୟାବିନେଟ ବୈଠକ। ଏହି ବୈଠକରେ ୪ ଜିଲ୍ଲାରେ ବାତ୍ୟା ନିରୋଧୀ ଲୁଣାବନ୍ଧ କରାଯିବା କୁ ନିଷ୍ପତ୍ତି ହୋଇଥିବା ବେଳେ ସୁନ୍ଦରଗଡ଼ କୋଏଲ ନଦୀରେ ଇନଷ୍ଟ୍ରିମ୍ ବ୍ୟାରେଜକୁ ମଞ୍ଜୁରୀ ମିଳିଛି।

ଏଥି ସହିତ କ୍ୟାବିନେଟ୍‌ ବୈଠକରେ ମିଲେଟ ମିଶନ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ବୈଠକରେ ମଞ୍ଜୁରୀ ମିଳିଛି। ସଂପ୍ରସାରିତ ହେବ ମିଲେଟ ମିଶନ। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ମିଲେଟ ମିଶନର ବିକାଶ ହେବ। ସେହିପରି କ୍ୟାବିନେଟ୍ ବୈଠକରେ ଏକାଧିକ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପକୁ ଅନୁମୋଦନ ମିଳିଛି। କାମାକ୍ଷାନଗର, ପରଜଙ୍ଗ, କଙ୍କଡ଼ାହାଡ଼, ପଟ୍ଟାମୁଣ୍ଡାଇ, ରାଜନଗର, ଗରଦପୁର, ବାଲେଶ୍ୱର, ରେମୁଣାରେ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଓଏମସି ସହ କଳିଙ୍ଗ ଆଇରନ ଓ୍ୱାର୍କ୍ସ ଓ ଫେରୋକ୍ରମର ମିଶ୍ରଣକୁ ମଧ୍ୟ ବୈଠକରେ ଅନୁମୋଦନ ମିଳିଛି।

ad-week
Leave A Reply

Your email address will not be published.