ଟୁଇନ୍‌ ସିଟିରେ ପ୍ରବଳ ବର୍ଷା, ଯାତାୟାତରେ ସମସ୍ୟା

add-all

ଭୁବନେଶ୍ୱର: ଉତ୍ତର-ବଙ୍ଗୋପସାଗରରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଟୁଇନ୍‌ ସିଟିରେ ଦିନସାରା ବର୍ଷା ଲାଗି ରହିବ। ଏହା ଯୋଗୁ ସହରର ଜଳବନ୍ଦୀ ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲଘୁଚାପ ପ୍ରଭାବରେ ୨ରୁ ୩ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ଟ୍ରାଫିକ୍‌ ସମସ୍ୟା ଓ ଯାତାୟାତରେ ବାଧା ସୃଷ୍ଟି ହୋଇପାରେ।

ଅନ୍ୟପକ୍ଷେ, ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଆହୁରି ଘନୀଭୂତ ହୋଇ ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ପରିଣତ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ad-week
Leave A Reply

Your email address will not be published.