ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଉଦଘାଟିତ

add-all

ମାଲକାନଗିରି(୧୩/୦୮) : ମାଲକାନଗିରି ମହାବିଦ୍ୟାଳୟ ତରଫରୁ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଛାତ୍ରଛାତ୍ରୀମାନେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା କାର୍ଯ୍ୟକ୍ରମ ଜାତୀୟ ସେବା ଯୋଜନା, ଯୁବ ରେଡକ୍ରସ ଓ ଏନ.ସି.ସି ର ସହଯୋଗରେ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲ୍ଲାର ଭାରପ୍ରାପ୍ତ ଜିଲ୍ଲାପାଳ ମହେଶ୍ବର ଚନ୍ଦ୍ର ନାୟକ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହିତ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଦେଶପ୍ରେମ ଜାଗ୍ରତ କରିବା ପାଇଁ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସୀମା ସୁରକ୍ଷା ବଳ, ମାଲକାନଗିରିର ସହକାରୀ ଦୁର୍ଗପତି ଶ୍ରଧାକର ପାଢ଼ୀ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଲୋକମାନଙ୍କୁ ଜାତୀୟ ପତାକା ବାଣ୍ଟିବା ପାଇଁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମରେ ମାଲକାନଗିରି ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡ଼ଃ. ରଞ୍ଜନ କୁମାର ସ୍ୱାଇଁ ଉପସ୍ଥିତ ରହି ସମସ୍ତଙ୍କୁ ନିଜ ନିଜ ଘରେ ତ୍ରିରଙ୍ଗା ପତାକା ଲଗେଇବା ପାଇଁ ସଚେତନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ପ୍ରାଧ୍ୟାପକ ଲିଙ୍ଗରାଜ ମିଶ୍ର, ଅଧ୍ୟାପକ ଉମେଶ ଚନ୍ଦ୍ର ରାଉତ, ଜିମୁତ ନାୟକ, ତପନ କୁମାର ବେହେରା, ପ୍ରଦୀପ ଓରାମ, ଅରୁଣ କୁମାର ପାଣ୍ଡରାଙ୍କୀ, ଗୌତମ ନାୟକ, ଟୁକୁନା ବଡୁଙ୍କ ସମେତ ଅଧ୍ୟାପିକା ଲିପସା ରାଣୀ ନାୟକ, ପ୍ରେମରେଖା ଭୋତ୍ରା ଓ ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ । ପ୍ରାୟତଃ ୫୦୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଏହି ଶୋଭାଯାତ୍ରା ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଇବା ପାଇଁ କଲେଜରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ଯାତ୍ରା କରିଥିଲେ । ଏହି କାର୍ଯ୍ୟକ୍ରମକୁ ସଫଳତାର ସହିତ ରୂପାୟନ କରିବା ପାଇଁ ଏନ.ସି.ସି, ଏନ.ଏସ.ଏସ ଓ ଯୁବ ରେଡକ୍ରସର ସ୍ବେଚ୍ଛାସେବୀମାନେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ।

ad-week
Leave A Reply

Your email address will not be published.