ସ୍ୱୟଂ ସହାୟକ ଗୋଷ୍ଠୀ ତରଫରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚିତ୍ରକୋଣ୍ଡା:ମାଲକାନଗିରି ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସମାରି ତାଙ୍ଗୁଲଙ୍କ ନେତୃତ୍ୱରେ ଚିତ୍ରକୋଣ୍ଡା ବ୍ଲକ ଅଧ୍ୟକ୍ଷା ରାଜେଶ୍ୱରୀ ଖିଲଙ୍କ ଉପସ୍ଥିତିରେ ଚିତ୍ରକୋଣ୍ଡା ବ୍ଲକ କାର୍ଯ୍ୟାଳୟ ଠାରେ ଓଡିଶା ଜୀବିକା ମିଶନ, ଚିତ୍ରକୋଣ୍ଡା ବିଧାୟକ ପ୍ରତିନିଧି ଅମିତ ଅଗ୍ରୱାଲ ଓ ଚିତ୍ରକୋଣ୍ଡା ବ୍ଲକ ଉପାଧ୍ୟକ୍ଷ ପଦ୍ମନାଭ ଦାନୀଙ୍କ ସହଯୋଗରେ ଚିତ୍ରକୋଣ୍ଡା ଅଞ୍ଚଳର ଶତାଧିକରୁ ଉର୍ଦ୍ଧ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କୁ ନେଇ ୭୫ ତମ ସ୍ବାଧୀନତା ପୂର୍ତ୍ତି ଅବସରରେ ଆଜାଦି କା ଅମୃତ ମହୋତ୍ସବର ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ପ୍ରତେକ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନେ ହାତରେ ତ୍ରିରଙ୍ଗା ଧରି ଚିତ୍ରକୋଣ୍ଡା ବ୍ଲକ କାର୍ଯ୍ୟାଳୟ ଠାରୁ ବାହାରି ଚିତ୍ରକୋଣ୍ଡା ମୁଖ୍ୟ ରାସ୍ତାରେ ପରିକ୍ରମା କରି ଭାରତ ମାତାକି ଜୟ ଧୂନ ଶବ୍ଦ ରେ ପ୍ରକମ୍ପିତ କରିଥିଲେ ଏବଂ ବିଭିନ୍ନ ଦେଶାତ୍ମକ ସ୍ଲୋଗାନ ଦେଇ କାର୍ଯ୍ୟକ୍ରମକୁ ସଫଳତାର ସହିତ ପରିଚାଳନା କରିଥିବାର ଜଣା ପଡ଼ିଛି । ସେଇଭଳି ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ବଡ଼ପଡ଼ା ଠାରେ ମଧ୍ୟ ଶତାଧିକ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କୁ ନେଇ ଆଜାଦି କା ଅମୃତ ମହୋତ୍ସହ ର ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l

ad-week
Leave A Reply

Your email address will not be published.