ଜାତି ଉଦ୍ଦେଶ୍ୟରେ ଅଭିଭାଷଣ ରଖିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

add-all

ନୂଆଦିଲ୍ଲୀ: ୭୬ତମ ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଜାତି ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଦେଶବାସୀଙ୍କୁ ପ୍ରଥମ ଥର ପାଇଁ ସେ ସମ୍ବୋଧନ କରିଛନ୍ତି । ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରୁ ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ରଖିଛନ୍ତି। ସେ କହିଛନ୍ତି ଯେ, ଦେଶ ସ୍ୱାଧୀନ ହେବାର ୭୫ ବର୍ଷ ପୂରଣ ହୋଇଛି। ୨୦୪୭ ସୁଦ୍ଧା ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ୱପ୍ନ ପୂରଣ କରିବୁ।  ଭାରତରେ ଗଣତନ୍ତ୍ର ଲଗାତାର ମଜଭୁତ ହେବାରେ ଲାଗିଛି। ଆମେ ଦାରିଦ୍ର୍ୟ ଓ ଅଶିକ୍ଷା ବିରୋଧରେ ଲଢ଼େଇ ଲଢିଛୁ। ଅ ଆଜି ସାରା ବିଶ୍ୱ ଦେଖୁଛି ଭାରତର ଉଦୟ। ଆତ୍ମନିର୍ଭର ଭାରତ ଗଠନ ପାଇଁ ଉଦ୍ୟମ ଜାରି ରହିଛି। ଭାରତର ଅର୍ଥବ୍ୟବସ୍ଥା ଦ୍ରୁତଗତିରେ ବୃଦ୍ଧି ପାଉଥିବା କହିଛନ୍ତି।

ad-week
Leave A Reply

Your email address will not be published.