୧୯ରେ ସୃଷ୍ଟି ହେବ ଲଘୁଚାପ, ପ୍ରଭାବରେ ୧୮ରୁ ୨୦ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ

add-all

ଭୁବନେଶ୍ୱର: ଅଗଷ୍ଟ ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଅଗଷ୍ଟ ୧୮ ତାରିଖରୁ ବର୍ଷା ଆରମ୍ଭ ହୋଇଯିବ। ତେବେ ୧୯ ଏବଂ ୨୦ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢିବ। ୧୯ରେ ରାଜ୍ୟରେ ପ୍ରବଳ ବର୍ଷା ହେବ।

ଉପକୂଳ ଜିଲ୍ଲା ଗୁଡିକରେ ବର୍ଷା ଜାରି ରହିବ। ଗୁରୁବାର ଠାରୁ ବର୍ଷା ଆରମ୍ଭ ହେଇଯିବ। ୨୦ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ୨୧ ତାରିଖରେ ବର୍ଷା କମିଯିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଅଗଷ୍ଟ ୧୮ ତାରିଖରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି କରାଯାଇଛି।

ସେହିପରି ୧୯ ଏବଂ ୨୦ ତାରିଖରେ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଦେବଗଡ, ଅନୁଗୁଳ, ଢେଙ୍କାନାଳ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.