ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ଭଗବାନ ଶ୍ରୀକୃଷ୍ଣ

add-all

ଆଜି ପବିତ୍ର ଜନ୍ମାଷ୍ଟମୀ। ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଏହି ଦନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ ସମଗ୍ର ଭାରତ ବର୍ଷରେ । ପୌରାଣିକ କଥା ଅନୁସାରେ, ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଧରାବତରଣ କରିଥିଲେ ଭଗବାନ ଶ୍ରୀକୃଷ୍ଣ। ଧର୍ମର ରକ୍ଷା ପାଇଁ ଅଧର୍ମର ବିନାଶ ପାଇଁ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିର ମଧ୍ୟ ରାତ୍ରିରେ ଦେବକୀଙ୍କ ଗର୍ଭରୁ ଜନ୍ମ ନେଇଥିଲେ ଶ୍ରୀକୃଷ୍ଣ ।

ଅତ୍ୟାଚାରୀ ମାମୁଁ କଂସର ଭୟରେ ପିତା ବସୁଦେବ ନବଜାତ ଶିଶୁକୁ ନିଜ ବନ୍ଧୁ ଗୋପପୁରର ନନ୍ଦ-ଯଶୋଦାଙ୍କ ପାଖରେ ଛାଡ଼ି ଦେଇ ଆସିଥିଲେ । ଗୋପପୁରର ରାଜା ନନ୍ଦବାବା ଓ ରାଣୀ ଯଶୋଦା ମାତା ଶ୍ରୀକୃଷ୍ଣଙ୍କୁ ପାଇ ଖୁସିରେ ବିଭୋର ହୋଇଯାଇଥିଲେ । ଆଉ ସେହି ଦିନରୁ ଜନ୍ମାଷ୍ଟମୀ ପର୍ବ ମହାଉଲ୍ଲାସ ମଧ୍ୟରେ ପାଳନ କରାଯାଉଛି।

ad-week
Leave A Reply

Your email address will not be published.