୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷିବ

add-all

ଭୁବନେଶ୍ବର: ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ମଧ୍ୟ ଅତି ପ୍ରବଳ ବର୍ଷିବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସୃଷ୍ଟ ଲଘୁଚାପ କ୍ଷେତ୍ରଟି ଆଜି ସ୍ପଷ୍ଟ ଚିହ୍ନିତ ଲଘୁଚାପ ହେବ। ଆସନ୍ତାକାଲି ସକାଳେ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ବୋଲି କରିଛନ୍ତି ଶ୍ରୀ ମହାପାତ୍ର।

ଏହାର ପ୍ରଭାବରେ ଗୁରୁବାର ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ତେବେ ଆଜି ତୁଳନାରେ ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷିବ ବୋଲି ଜଣାପଡ଼ିଛି। ୧୯ ତାରିଖରେ ଓଡ଼ିଶାରେ ସବୁଠାରୁ ଅଧିକ ବର୍ଷା ହେବ। ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ।

ଏଥିସହିତ କିଛି ସ୍ଥାନରେ ଅତି ପ୍ରବଳ ବର୍ଷିବ। ୨୦ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଛତିଶଗଡ଼ରେ ମଧ୍ୟ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏନେଇ ୨ ଦିନ ପାଇଁ ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି।

ad-week
Leave A Reply

Your email address will not be published.