ବନ୍ୟା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

add-all

ଭୁବନେଶ୍ୱର: ଆଜି ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟର ବନ୍ୟା ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା, ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟର ନଦୀଗୁଡ଼ିକର ଜଳପ୍ରବାହର ସ୍ଥିତି ସଂପର୍କରେ ଜଳସଂପଦ ବିଭାଗର ବରିଷ୍ଠ ଯନ୍ତ୍ରୀମାନଙ୍କ ସହ ଶ୍ରୀ ମହାପାତ୍ର ଆଲୋଚନା କରିଥିଲେ ଏବଂ ଆଗମୀ ଲଘୁଚାପ ବର୍ଷାକୁ ଆଖି ଆଗରେ ରଖି ହୀରାକୁଦର ଗେଟ୍‌ ପରିଚାଳନା କରିବା ନିମନ୍ତେ ପରାମର୍ଶ ଦେଇଥିଲେ।

ad-week
Leave A Reply

Your email address will not be published.