୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ଵାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ ଜାରି କରାଯାଇଛି।

ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଆଦି ୧୬ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ad-week
Leave A Reply

Your email address will not be published.