ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

add-all

ବ୍ରହ୍ମପୁର( ୨୨/୦୮) : ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏହି ଜନ ଅଭିଯୋଗ ଶୁଣାଣୀରେ ଉପଖଣ୍ଡ ସ୍ତରୀୟର ସମୁଦାୟ ମୋଟ ୫୬ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୫୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା ୩ଟି,ଜଣକୁ ରେଡ୍ କ୍ରସ ପାଣ୍ଠିରୁ ୨୦ ହଜାର ଟଙ୍କା ପ୍ରଦାନ କରାଯାଇଛି ଓ ୪୮ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ମଧୁ ଆଚାର୍ଯ୍ୟ, ଡି.ତ୍ରିନାଥ ରେଡ୍ଡୀ ଓ ଏନ୍.ତ୍ରିପତୀ ରେଡ୍ଡୀ ଏହି ତିନି ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ତିନି ଚକିଆ ସାଇକେଲ, ପ୍ରଦାନ କରାଯାଇଛି। ମିଳିତ ଜନ ଅଭିଯୋଗ ଶୁଣାଣୀର ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ । ଆଜିର ଜନ ଶୁଣାଣୀ ସମୟରେ ମୁଖ୍ୟ ଉନ୍ନୟନ ଅଧିକାରୀ, କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଗଞ୍ଜାମ -ତଥା- ଉପ ଜିଲ୍ଲାପାଳ ବ୍ରହ୍ମପୁର ୱି.କୀର୍ତ୍ତି ଓ୍ବାସନ୍, ମହାନଗର ନିଗମ କମିଶନର ଜେ.ସୋନାଲ୍, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ବିଷ୍ଣୁ ପ୍ରସାଦ ପତି,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ଉମାକାନ୍ତ ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କଲ୍ୟାଣୀ ଦାସ, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳର ଡେପୁଟି କଲେକ୍ଟର ଶୁଭଶ୍ରୀ ରଥ, ଉପଖଣ୍ଡ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ବିନୋଦ କୁମାର ବେହେରା ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।

ad-week
Leave A Reply

Your email address will not be published.