ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳ

add-all

ପୁରୀ : ଶ୍ରୀମନ୍ଦିର ଐତିହ୍ୟ କରିଡ଼ର ପ୍ରକଳ୍ପ ଅଗ୍ରଗତି କାର୍ଯ୍ୟର ସମୀକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଓ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା। ଉଭୟ ଟାଟା ଏବଂ ଓବିସିସି ଅଧିକାରୀଙ୍କ ସହ ମିଶି ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଚାଲିଥିବା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଖବର ଅନୁଯାୟୀ, ଗତ ୧୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧେଶ କ୍ରମେ ୫ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଯଥାଶୀଘ୍ର କାର୍ଯ୍ୟ ସାରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କାର୍ଯ୍ୟଗୁଡିକ ଉନ୍ନତମାନର କରାଯାଉଛି କି ନାହିଁ ତାହା ଉପରେ ମଧ୍ୟ ତଦାରଖ କରିଥିଲେ। ତେବେ ଗୁରୁବାର ଏହି କ୍ରମରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରିଛନ୍ତି।

ad-week
Leave A Reply

Your email address will not be published.