ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ କାଳବୈଶାଖୀ; ୟେଲୋଓ୍ଵାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଅଞ୍ଚଳରେ ଉପରେ ଅବସ୍ଥିତ ରହିଛି। ଏଥିସହ ଏହା ସମୁଦ୍ର ପତନଠାରୁ ୪.୫ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି।

ଏହାର ପ୍ରଭାବରେ ଓଡିଶାର ଜିଲ୍ଲାଗୁଡ଼ିକରେ ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁଯାଯାଇଛି।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୬ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଂଜ ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ଓ ବଜ୍ରପାତ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରିି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାରର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

ad-week
Leave A Reply

Your email address will not be published.