ଅନ୍ତର୍ନିବେଶୀ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ

add-all

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଦୁବଗଡ଼ କ୍ଲଷ୍ଟର ତାଲିମ ଗୃହରେ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପିତାମାତା ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଅନ୍ତର୍ନିବେଶି ଶିକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଫୁଲବାଣୀ ବ୍ଲକ ବିଆରସିସି ରଶ୍ମିତା ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଫୁଲବାଣୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଞ୍ଜନ କୁମାର କଁହର ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଅତିରିକ୍ତ ବ୍ଳକ ଶିକ୍ଷାଧିକାରୀ ଅମୂଲ୍ୟ କୁମାର ଜେନା ଓ ଅଶୋକ କୁମାର ମିଶ୍ର ସାଂମ୍ମାନୀତ ଅତିଥି ଭାବେ ଯୋଗ ଦେଇ ନିଜର ଅଭିଭାଷଣ ପ୍ରଦାନ କରିଥିଲେ।ଏହି ସଚେତନତା କାର୍ଯ୍ୟକ୍ରମ ରେ ସାଧନାକର୍ମୀ ଅଞ୍ଜଳୀ ପଣ୍ଡା,ଅଲିଭା ମିଶ୍ର ଅନ୍ତର୍ନିବେଶି ଶିକ୍ଷା ତଥା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଙ୍କ ନିମନ୍ତେ ଥିବା ସୁବିଧା ସୁଯୋଗ ବିଷୟରେ ବର୍ଣ୍ଣନା କରିଥିଲେ। କାର୍ଯ୍ୟକ୍ରମକୁ ସିଆରସିସି ପ୍ରଦୀପ କୁମାର ମହାନ୍ତି ପରିଚାଳନା କରିଥିଲେ।ସିଆରସିସି ସୁଧାଂଶୁ କୁମାର ବେହେରା,ଓମ ସାହାଣୀ,ଦୁବଗଡ଼ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଚିତ୍ରସେନୀ ମହାନ୍ତି ସହଯୋଗ କରିଥିଲେ।ଆଇଭି ମନୋଜ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

ad-week
Leave A Reply

Your email address will not be published.