ଆସୁଛି ୨ଟି ଲଘୁଚାପ, ବାତ୍ୟା ପାଇଁ କୌଣସି ସୂଚନା ନାହିଁ : ପାଣିପାଗ ବିଜ୍ଞାନୀ

add-all

ଭୁବନେଶ୍ୱର : ଆଗକୁ ଆସୁଛି ୨ଟି ଲେଖାଏଁ ଲଘୁଚାପ। ଏହାମଧ୍ୟରେ ବାତ୍ୟାକୁ ନେଇ ଆଜି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବାତ୍ୟା ନେଇ କୌଣସି ସୂଚନା ଏଯାଏଁ ନାହିଁ ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ କହିଛନ୍ତି। ବାତ୍ୟା ନେଇ ଚାଲିଥିବା ଚର୍ଚ୍ଚା ସମ୍ପର୍କରେ ପାଣିପାଗ ବିଜ୍ଞାନୀଙ୍କ ପକ୍ଷରୁ ଏହି ମନ୍ତବ୍ୟ ମିଳିଛି। ବାତ୍ୟା ସମ୍ପର୍କରେ ଆଇଏମଡି ପକ୍ଷରୁ କୌଣସି ସୂଚନା ଜାରି କରାଯାଇ ନାହିଁ। ଆସନ୍ତା ୮ ତାରିଖ ମଧ୍ୟରେ ଘୂର୍ଣ୍ଣିବଳୟ ବା ଲଘୁଚାପ ହେବ ବୋଲି କୁହାଯାଉଛି। ବାତ୍ୟା ସୂଚନା ନାହିଁ କି ବାତ୍ୟା ନେଇ କିଛି ଆକଳନ କରାଯାଇ ନାହିଁ।

ସୂଚନାନୁଯାୟୀ,ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ପ୍ରଥମ ଲଘୁଚାପ ୭ ତାରିଖ ସୁଦ୍ଧା ଏବଂ ଦ୍ବିତୀୟ ଲଘୁଚାପ କ୍ଷେତ୍ର ୯ରୁ ୧୫ ମଧ୍ୟରେ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ। ବିଶେଷକରି ଆସନ୍ତା ୫ରୁ ବର୍ଷା ବଢ଼ିବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୪ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷାର ସମ୍ଭାବନା ରହିଛି। ୪ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ଆଶଙ୍କା ଥିବାରୁ ବିଭିନ୍ନ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଆଦି ୧୨ଟି ଜିଲାର କେତେକ ଅଞ୍ଚଳରେ ବଜ୍ରପାତକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୫ ବେଳକୁ ମୌସୁମୀ ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ଅଛି। ୫ରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ରାୟଗଡା, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ad-week
Leave A Reply

Your email address will not be published.