ଓଡ଼ିଆ ଆଦର୍ଶ ବିଦ୍ୟାଳୟର ୮ମ ସ୍ଵନକ୍ଷତ୍ର ଉତ୍ସବ

add-all

ହିଞ୍ଜିଳିକାଟୁ : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ୮ ମ ସ୍ଵନକ୍ଷତ୍ର ଉତ୍ସବ ହିଞ୍ଜିଳିକାଟୁ ବ୍ଲକ୍ ଶାସନ ଆମ୍ବଗାଁ ଆଦର୍ଶ ବିଦ୍ୟାଳୟ ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି।ଗଞ୍ଜାମ ଜିଲ୍ଲାର ୨୨ଟି ଆଦର୍ଶ ବିଦ୍ୟାଳୟ ର ଛାତ୍ର ଛାତ୍ରୀଙ୍କ ସମେତ ଶିକ୍ଷୟିତ୍ରୀ ଶିକ୍ଷକ ଏହି ଉତ୍ସବରେ ଯୋଗ ଦେଇଥିଲେ। ପୂର୍ବାହ୍ନ ରେ ଏହି କାର୍ଯ୍ୟକ୍ରମକୁ ହିଞ୍ଜିଳିକାଟୁ ତହସିଲଦାର ପ୍ରଭାତ କୁମାର ପରିଡ଼ା ଉଦଘାଟନ କରିଥିଲେ। ଏଥିରେ ଜିଲ୍ଲା ଶିକ୍ଷାଧିକାରୀ ବିନୀତା ସେନାପତି, ବ୍ଳକ ଶିକ୍ଷାଧିକାରୀ ଏସ ଗିରିଧର, ଜିଲ୍ଲା ପରିଷଦ ସଭ୍ୟ ଏ ସୁଦର୍ଶନ , ଡି ବିଶ୍ବନାଥ, ପୂର୍ବତନ ବ୍ଳକ ଅଧ୍ୟକ୍ଷ ଏନ ରଘୁନାଥ ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କୃତି ପ୍ରତିଯୋଗୀଙ୍କୁ ସଂଧ୍ୟାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ଅତିଥିମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଛି। କାର୍ଯ୍ୟକ୍ରମ କୁ ବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ କୁମାର ପଟେଲଙ୍କ ପୌରହିତ୍ୟରେ ଆୟୋଜିତ ହୋଇଥିଲା। ଏଥିରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ, ଛାତ୍ରଛାତ୍ରୀଙ୍କ ପରିଚାଳନା ରେ ସହଯୋଗ କରିଥିଲେ । ଅଞ୍ଚଳର ବହୁ ବୁଦ୍ଧିଜୀବୀ, ଅବିଭାବକ ଓ ଜନସାଧାରଣ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.