ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରବଳ ବର୍ଷା ସମ୍ଭାବନା

add-all

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପର ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ଦେଇଥିବା ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ୫ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଗଂଜାମ, ଗଜପତି, ରାୟଗଡ଼ା  ଓ କୋରାପୁଟ। ଏହାସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.