ସକ୍ରିୟ ହେଲା ଲଘୁଚାପ କ୍ଷେତ୍ର, ୧୧ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

add-all

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳ ସମୁଦ୍ର ଏକ ସୁଦୃଶ ଲଘୁଚାପ କ୍ଷେତ୍ର ରେ ପରିଣତ ହେବାର ସମ୍ଭାବନା ରହିଛି।

ସେଥିପାଇଁ ୧୦ ତାରିଖରେ ୧୧ ଜିଲ୍ଲ ଏବଂ ୧୧ ତାରିଖରେ ୧୦ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି କଲା ପାଣିପାଗ ବିଭାଗ। ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର, ଆହୁରି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର ରୂପ ନେବା ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.