ଆସୁଛି ଆଉ ଏକ ଲଘୁଚାପ

add-all

ଭୁବନେଶ୍ୱର: ଗୋଟିଏ ଲଘୁଚାପ ନ ଯାଉଣୁ, ଆସୁଛି ଆଉ ଏକ ଲଘୁଚାପ। ୧୭ରୁ୧୮ ତାରିଖରେ଼ ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ଆଜି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଆଜି ସକାଳେ ୱେଲମାର୍କ ଲୋ’ ପ୍ରେସରରେ ପରିଣତ ହୋଇଛି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହୋଇପାରେ। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତଟି ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଥିବା ଆଇଏମ୍‌ଡି ଡିଜି କହିଛନ୍ତି।

ସେ ଆହୁରି କହିଛନ୍ତି, ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଓ ଆସନ୍ତାକାଲି ସାରା ରାଜ୍ୟରେ ବର୍ଷା ହେବ। ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୨ ତାରିଖରେ ଆଭ୍ୟନ୍ତରଣ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ପରାମର୍ଶ ଦିଆଯାଇଛି।

ରାଜ୍ୟରେ ସେପ୍ଟେମ୍ବର ମାସରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ad-week
Leave A Reply

Your email address will not be published.